ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ।
ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୫ ତାରିଖ ପାଖାପାଖି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ୨୬ ପାଖାପାଖି ଅବପାତରେ ପରିଣତ ହେବାର ଅଧିକ ସମ୍ଭାବନା । ୨୭ ତାରିଖ ବେଳକୁ ଏହା ଓଡିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ନେଇ ସୂଚନା ରହିଛି। ଲଘୁଚାପ ପ୍ରଭାବରେ ଆଗାମୀ ୭ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଆଗାମୀ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ରାଜ୍ଯର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ଆସନ୍ତାକାଲି ୧୨ଜିଲ୍ଲାରେ ପ୍ରବଳରୁ ଅତି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଅଧିକ ପଢନ୍ତୁ : ମଝି ସମୁଦ୍ରରେ ଅଘଟଣ; ଡଙ୍ଗା ଉପରେ ବ୍ରଜପାତ ହେବାରୁ ବାପା ମୃତ, ପୁଅ ନିଖୋଜ