ଭୁବନେଶ୍ୱର : ଆସନ୍ତା ୨୫ରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ସମ୍ଭାବନା ।ମିଆଁମାର-ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇପାରେ ନୂଆ ଲଘୁଚାପ କ୍ଷେତ୍ର । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।
ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୬ ତାରିଖରୁ ପାଗରେ ପରିବର୍ତ୍ତନ ହେବ । ୨୭ ଓ ୨୮ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ବିଶେଷକରି ଦକ୍ଷିଣ ଓଡ଼ିଶାରେ ଏହାର ଅଧିକ ପ୍ରଭାବ ପଡିବ । ୨୯ ତାରିଖରେ ଅବପାତଟି ପଶ୍ଚିମ ଓଡ଼ିଶା ଦେଇ ଛତିଶଗଡ଼ ଓ ପରେ ନାଗପୁର ଆଡ଼କୁ ଯିବ । ୩୦ ତାରିଖ ପରେ ପାଗ ଶୁଖିଲା ରହିବ। ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ପାଇଁ ୨୦ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି ।