ଭୁୁବନେଶ୍ୱର: ଆଗକୁ ପାଗରେ ଆସିବ ପରିବର୍ତ୍ତନ । ଆସନ୍ତା ୨୩ ଓ ୨୪ରେ ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ଏ ନେଇ ରବିବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
୨୩ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର ବିକ୍ଷିପ୍ତ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ସେହିପରି ୨୪ ତାରିଖରେ ମୟୂରଭଞ୍ଜ, ଯାଜପୁର ଓ କଟକରେ ଘଡଘଡି ସହ ବର୍ଷା ଆଶଙ୍କା ରହିଛି ।
ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଆଗକୁ ବଢି ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ ।