ଭୁବନେଶ୍ୱର : ବଙ୍ଗୋପସାଗରରେ ଆସିବାକୁ ଯାଉଛି ଲଘୁଚାପ।ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ଥ କରିଦେଉଥିଲା ବେଳେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ।
ରାଜ୍ୟରେ ବର୍ତ୍ତମାନ ଅସହ୍ୟ ଗରମ ଅନୁଭୂତ ହେଉଥିବା ବେଳେ ଲଘୁଚାପ ପ୍ରଭାବରେ ବର୍ଷା ହେଲେ ତାତିରୁ ଆଶ୍ୱସ୍ତି ମିଳିବ ବୋଲି ଅନୁମାନ କରାଯାଉଛି । ଆସନ୍ତା ୮ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଆଶଙ୍କା ରହିଛି । ଆସନ୍ତା ୨୪ ଘଣ୍ଟାରେ ୫ଜିଲ୍ଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ନେଇ ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଏହି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୮ ତାରିଖ ଦିନ କୋରାପୁଟ୍, ମାଲକାନଗିରି, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ୯ ତାରିଖ ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।