ଭୁବନେଶ୍ୱର : ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ । ଭୁବନେଶ୍ୱର ତୋଷାଳି ଭବନରେ ଥିବା କାର୍ଯ୍ୟାଳୟରେ ସେ ଆଜି ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରଛନ୍ତି । ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି । ଆସନ୍ତା ୨୦୨୭ରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନକୁ କିପରି ସୁରୁଖୁରରେ ସମାପନ ହେବ ଏହା ତାଙ୍କ ପାଇଁ ଗୁରୁ ଦାୟିତ୍ୱ ବୋଲି ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି ନୂତନ କମିଶନର ମଧୁସୂଦନ ପାଢ଼ୀ ।
ଉଲେଖ୍ଯଯୋଗ୍ୟ ଶ୍ରୀ ପାଢ଼ୀ ପୂର୍ବରୁ ରାଜ୍ୟ ସରକାରଙ୍କ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଆଗରୁ କାମ କରିଛନ୍ତି । ସେ ରାଜ୍ୟ ସରକାରଙ୍କ ସୂଚନା ପ୍ରଯୁକ୍ତି ବିଭାଗର ପ୍ରମୁଖ ସଚିବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ, ପରିବହନ କମିଶନର ଓ ଓମଫେଡର ପରିଚାଳନା ନିର୍ଦ୍ଦେଶକ ଭାବେ କାମ କରି ବହୁ ଅଭିଜ୍ଞତା ହାସଲ କରିଛନ୍ତି । ଗତ ୨୦୨୨ ଅକ୍ଟୋବର ମାସରେ ସେ ଚାକିରିରୁ ଅବସର ନେଇଥିଲେ । ତା ପୂର୍ବରୁ ତାଙ୍କୁ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇଥିଲା ।
୧୯୯୧ ବ୍ୟାଚର ଅବସର ପ୍ରାପ୍ତ ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ । ଆଦିତ୍ୟ ପାଢ଼ୀଙ୍କ ଇସ୍ତଫା ପରେ ଏହି ପଦବୀ ଖାଲି ପଡ଼ିଥିଲା । ତେବେ ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରିଛନ୍ତି ।