ପୁରୀ : ମହାପ୍ରଭୁ ଜଗତରନାଥ ଜଗନ୍ନାଥଙ୍କର ଦର୍ଶନ କରି ପୂଜାର୍ଚ୍ଚନା କରିଛନ୍ତି ଷୋଡ଼ଶ ଅର୍ଥ କମିଶନ। ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ ପୁରୀ ରାଜଭବନରେ ସ୍ଥାନୀୟ ପୌର ପ୍ରଶାସନ ସହିତ ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ଏବଂ ନାଗରିକ ସୁବିଧା ବୃଦ୍ଧି ପାଇଁ ଆବଶ୍ୟକ ଆର୍ଥିକ ଆବଣ୍ଟନ ସମ୍ପର୍କରେ ବିଷଦ ଆଲୋଚନା କରିଥିଲେ। ବୈଠକରେ ପୌର ପ୍ରଶାସନ ଶ୍ରଦ୍ଧାଳୁ ଓ ଜନସଂଖ୍ୟା ବୃଦ୍ଧିକୁ ଲକ୍ଷ୍ୟକରି ସହରର ପରିମଳ, ବର୍ଜ୍ୟବସ୍ତୁ ପରିଚାଳନା, ଆଲୋକୀକରଣ ଓ ଅନ୍ୟାନ୍ୟ ଭିତ୍ତିଭୂମିକୁ ଆହୁରି ଅଧିକ ବ୍ୟବସ୍ଥିତ ଓ ପରିମାର୍ଜିତ କରାଯିବାର ଆବଶ୍ୟକତା ରହିଛି ବୋଲି କମିଶନଙ୍କୁ ଅବଗତ କରିଥିଲେ । ତେବେ ବୈଠକ ପରେ ଅର୍ଥ କମିଶନର ସଦସ୍ୟମାନେ ବ୍ଲୁ ଫ୍ଲାଗ ବିଚ୍ ପରିଦର୍ଶନ କରିଥିଲେ। ସନ୍ଧ୍ୟାରେ ୟୁନେସ୍କୋ ଦ୍ବାରା ବିଶ୍ବ ଐତିହ୍ୟ ସ୍ଥଳ ଘୋଷିତ କୋଣାର୍କର ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଥିଲେ l