ପୁରୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି। ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ। ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ କୃଷ୍ଣ ଜନ୍ମ ନୀତି ପାଇଁ ସଂଧ୍ୟା ୭ଟାରୁ ରାତ୍ର ୧୨ଟାପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ।
ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା। ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ । ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସବଧ ଲୀଳା ନୀତି ପର୍ଯ୍ୟନ୍ତ ଚାଲୁରହିବ ।