ପୁରୀ : ଶ୍ରୀମନ୍ଦିରରେ ସ୍ୱାଭାବିକ ହେଲା ସର୍ବସାଧାରଣ ଦର୍ଶନ । ବଡ଼ ମହାସ୍ନାନ ନୀତି ଯୋଗୁଁ ପ୍ରାୟ ଦେଢ଼ ଘଣ୍ଟା ବନ୍ଦ ରହିଥିଲା ସର୍ବସାଧାରଣ ଦର୍ଶନ। ଶ୍ରୀମନ୍ଦିର ଭିତର ବେଢ଼ାର ଚାଙ୍ଗଡ଼ା ଘର ନିକଟରେ ବାନ୍ତି ପଡ଼ିଥିବାରୁ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିର ପରମ୍ପରା ଓ ସେବାୟତଙ୍କ ସୂଚନା ଅନୁଯାୟୀ, ମନ୍ଦିର ପରିସର ଅର୍ଥାତ୍ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ କେହି ଭକ୍ତ , ସେବାୟତ ଅବା ଯେକିହି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବସତ ଶରୀରରୁ ରକ୍ତ ପଡିଲେ, ବାନ୍ତି କରିଦେଲେ ଏବଂ ଛୋଟ ଛୁଆ, ବୟସ୍କ ଲୋକ ପରିସ୍ରା, ମଳତ୍ୟାଗ କରିଦେଲେ ସଙ୍ଗେ ସଙ୍ଗେ ମହାପ୍ରଭୁଙ୍କ ଚାଲିଥିବା ନୀତି ସହ ସାଧାରଣ ଦର୍ଶନ ବନ୍ଦ କରାଯାଇଥାଏ । ମନ୍ଦିର ସମ୍ପୂର୍ଣ୍ଣ ଶୁଦ୍ଧି ହେବା ପରେ ନୀତିକାନ୍ତି ପୂର୍ବ ପରି ଚାଲୁରହେ।