ବିଜେପିରେ ଯୋଗ ଦେଲେ ମମତା ମହାନ୍ତ । ସେ ଏବେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି । ତେବେ ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ । ବିଜେଡିରୁ ଇସ୍ତଫା ଦେବା ସହ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ମମତା ।
ସୂଚନା ଅନୁସାରେ ନିର୍ବାଚନ ପରେ ବିଜୁ ଜନତା ଦଳକୁ ଏହା ବଡ଼ ଧକ୍କା । ଗତକାଲି ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ବିଜେଡି ସାଂସଦ ମମତା ମହାନ୍ତ। ରାଜ୍ୟସଭା ସାଂସଦ ପଦ ସହ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ସେ ଇସ୍ତଫା ଦେଇଥିଲେ । ଏ ନେଇ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ନିଜେ ସୂଚନା ଦେଇଥିଲେ ମମତା ।