କନ୍ଧମାଳ: ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। କନ୍ଧମାଳ ଜିଲ୍ଲା ରାଇକିଆ ଥାନା କରଡ଼ା ଜଙ୍ଗଲରେ ମାଓବାଦୀ ଏବଂ ପୋଲିସ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୩ ମାଓବାଦୀ ନିହତ ହୋଇଥିବା ବେଳେ ସର୍ଚ୍ଚ ଅପରେସନ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ମୃତ ମାଓବାଦୀଙ୍କ ପରିଚୟ ମିଳିନାହିଁ।
ମାର୍ଚ୍ଚ ସୁଦ୍ଧା ଦେଶକୁ ମାଓମୁକ୍ତ ପାଇଁ ମାଓବାଦୀଙ୍କ ବିରୋଧରେ ନିର୍ଣ୍ଣାୟକ ଲଢେଇ ଜାରି ରହିଛି। କନ୍ଧମାଳ ଜିଲ୍ଲାର ରାଇକିଆ ଥାନା ଅନ୍ତର୍ଗତ କରଡା ଜଙ୍ଗଲରେ ମାଓ ଗତିବିଧି ସୂଚନା ପାଇ ଏସଓଜି ଟିମ୍ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ଏହି ସମୟରେ ଜଙ୍ଗଲରେ ଲୁଚିଥିବା ମାଓବାଦୀମାନେ ଗୁଳି ଚଳାଇଥିଲେ। ସୁରକ୍ଷା ବାହିନୀ ଏହାର ପାଲଟା ଜବାବ ଦେଇଥିଲା।
ଏହି ଏନକାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା କ୍ୟାଡର ଥିବା ଜଣାପଡିଛି। ଜଙ୍ଗଲରେ ଏବେବି କମ୍ଵିଂ ଅପରେସନ ଜାରି ରହିଛି।