କଟକ: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇଛି। ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାରେ ୩୪୫୭ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ। ଏମାନଙ୍କ ମଧ୍ୟରୁ ୧୯୪୪ ଜଣ ଛାତ୍ର ପାସ କରିଛନ୍ତି। ପାସ ହାର ୫୬.୨୩ ଶତକଡା ରହିଛି। ସେହିପରି ଓପନ ସ୍କୁଲ ଦ୍ୱିତୀୟ ପରୀକ୍ଷା ୧୦,୮୦୯ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୫୯୭୩ ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି। ଓପନ ସ୍କୁଲ ଦ୍ୱିତୀୟର ପାସ ହାର ରହିଛି ୫୫.୨୬ ଶତକଡା।
ଛାତ୍ର ଛାତ୍ରୀ ମାନେ ମୋବାଇଲ sms ମାଧ୍ୟମରେ ନିଜ ନିଜର ରେଜଲ୍ଟ ଜାଣିଥିଲେ। ଆସନ୍ତା ସୋମବାର ଦିନ ଛାତ୍ର ଛାତ୍ରୀ ମାନେ ସେମାନଙ୍କର ଡିଜିଟାଲ ସାର୍ଟିଫିକେଟ ୱେବସାଇଟରୁ ଡାଉନ ଲୋଡ କରିପାରିବେ। ଏକ ମାସ ପରେ ବିଦ୍ୟାଳୟରୁ ସାର୍ଟିଫିକେଟର ହାର୍ଡ କପି ଛାତ୍ରଛାତ୍ରୀ ମାନେ ସଂଗ୍ରହ କରିପାରିବେ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବୋର୍ଡର ସଭାପତି ଶ୍ରୀକାନ୍ତ ତାରାଇ। ଗତ ଜୁନ ୩୦ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ପରୀକ୍ଷା ଜୁଲାଇ ୧୦ ତାରିଖରେ ଶେଷ ହୋଇଥିଲା। ଜୁଲାଇ ୧୪ ତାରିଖରୁ ଖାତା ଦେଖା ହୋଇ ୨୦ ତାରିଖ ସୁଦ୍ଧା ଖାତା ଦେଖା ଶେଷ କରିବା ସହିତ ଦୁଇ ସପ୍ତାହ ମଧ୍ୟରେ ରେଜଲ୍ଟ ପ୍ରୋସେସିଂ ହୋଇଥିଲା।