ଭୁବନେଶ୍ୱର: ଆଜି ସରିଲା ମ୍ୟାଟ୍ରିକ ପରୀକ୍ଷା । ମେ ମାସ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ରେଜଲ୍ଟ । ମାର୍ଚ୍ଚ ୧୯ରୁ ଖାତା ଦେଖା ଆରମ୍ଭ ହେବ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ସୁରୁଖୁରରେ ପରୀକ୍ଷା ଶେଷ କରିବାକୁ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଚଳିତ ବର୍ଷ ପ୍ରଥମ ଥର ପାଇଁ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଶ୍ନପତ୍ରରେ କ୍ୟୁଆର କୋଡର ବ୍ୟବସ୍ଥା ମଧ୍ୟ କରାଯାଇଥିଲା । ଏହାଛଡା ପରୀକ୍ଷା କେନ୍ଦ୍ରରେ ଯେମିତି ଅନିୟମିତତା ନହେବ ସେଥିପାଇଁ ଫ୍ଲାଇଂ ସ୍କ୍ୱାଡ୍, ସେଣ୍ଟ୍ରାଲ ଅବ୍ଜରଭର୍ ଓ ଜିଲ୍ଲା ସ୍ତରୀୟ ପର୍ଯ୍ୟବେକ୍ଷକ ନିୟୋଜିତ ହୋଇଥିଲେ । ମାର୍ଚ୍ଚ ୧୯ରୁ ପାଖାପାଖି ୧୩ ଦିନ ଧରି ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତାର ମୂଲ୍ୟାଙ୍କନ ହେବ । ପରୀକ୍ଷା ଖାତା ମୂଲ୍ୟାଙ୍କନ ସରିବା ପରେ ଦଶମ ରେଜଲ୍ଟ ପ୍ରକାଶ ହେବ ।
ଅଧିକ ପଢନ୍ତୁ: ମାଟ୍ରିକ ପରୀକ୍ଷାର ଶେଷ ଦିନରେ ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେବେ ଛାତ୍ରଛା
ସୂଚନା ଅନୁସାରେ, ଆଜି ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ । ସକାଳ ୯ଟାରୁ ଦିନ ସାଢେ ୧୧ଟା ଯାଏଁ ହୋଇଥିଲା ପରୀକ୍ଷା । ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ୍ ପରୀକ୍ଷା ଆଜି ସରିଲା ।ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ପିଲା ମାଟ୍ରିକ୍ ବୋର୍ଡ ପରୀକ୍ଷା ଦେଇଛନ୍ତି । ରାଜ୍ୟର ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହୋଇଥିଲା ।