ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ଆଜି ମାତୃଭାଷାରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ସକାଳ ୯ ଟାରୁ ସାଢେ ୧୧ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ରାଜ୍ୟର ୩ ହଜାର ୮୨ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ଛାତ୍ରଛାତ୍ରୀ। ସକାଳ ୮ଟା ୩୦ ପୂର୍ବରୁ ଛାତ୍ରଛାତ୍ରୀ ପରୀକ୍ଷା କେନ୍ଦ୍ରରେ ପହଂଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ଏଆଇ ଯୁକ୍ତ ସିସିଟିଭି କ୍ୟାମେରା ଲଗାଯାଇଛି। କପି ରୋକିବା ପାଇଁ ବୋର୍ଡ ପକ୍ଷରୁ ୩୭ ଟି ସ୍କ୍ୱାଡ ଓ ଜିଲ୍ଲା ସ୍ତରରେ ୭୨ଟି ସ୍କ୍ୱାଡ ହୋଇଛି। ଫ୍ଲାଇଂ ସ୍କ୍ୱାଡ୍, ଷ୍ଟାଟିକ୍ ସର୍ଭେଲାନ୍ସ ଟିମ୍ ଗଠନ କରାଯାଇଛି।
ଏପରିକି ୩୨୨ଟି ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ଓ ଉତ୍ତର ଖାତା ସୁରକ୍ଷା ବଳୟରେ ରଖାଯାଇଛି। ସମସ୍ତ ନୋଡାଲ ସେଣ୍ଟରକୁ ଭାଇରାଲ ରେଜିଷ୍ଟାନସ କରାଯାଇଛି। ପ୍ରତି ପ୍ରଶ୍ନପତ୍ରରେ କ୍ୱାଅର କୋଡ୍ ଓ ୱାଟରମାର୍କ ରହିଛି। ଯାହାକି ପ୍ରଶ୍ନପତ୍ର ଲିକ୍ କିମ୍ବା ଅନିୟମିତତା ରୋକିବାରେ ସାହାଯ୍ୟ କରିବ। ଏହାସହିତ କଟକରେ ଥିବା ବିଏସଇ ମୁଖ୍ୟାଳୟରୁ ଏହାର ସିଧାପ୍ରସାରଣ ଉପରେ ନଜର ରଖାଯିବ। ପ୍ରଶ୍ନପତ୍ର ପରିବହନ ପାଇଁ ଜିପିଏସ ଟ୍ରାକିଂ ଗାଡ଼ି, ପିନ୍ ସାହାଯ୍ୟରେ ଖୋଲୁଥିବା ସେମି-ଡିଜିଟାଲ୍ ଲକ୍ ଓ ସଶସ୍ତ୍ର ଗାର୍ଡଙ୍କ ବ୍ୟବସ୍ଥା କରାଯାଇଛି। ପରୀକ୍ଷା କେନ୍ଦ୍ରକୁ ଆସିବା ବେଳେ ଛାତ୍ରଛାତ୍ରୀଙ୍କୁ ନିଜର ଆଡମିଟ୍ କାର୍ଡ ସାଙ୍ଗରେ ଆଣିବାକୁ ଓ ବୋର୍ଡର ନିୟମ ମାନିବାକୁ ନିର୍ଦେଶ ଦିଆଯାଇଛି।
ଅଧିକ ପଢନ୍ତୁ; ରାଜ୍ୟରେ ଉପରମୁହାଁ ପାରଦ ; ବଢିବ ତାତି