ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ । ଏବେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ରହିଛନ୍ତି ସୁଦାମ ମାର୍ଣ୍ଡି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ପଦରୁ ପ୍ରମିଳା ମଲ୍ଲିକ ଇସ୍ତଫା ଦେବା ପରେ ଏହି ଅତିରିକ୍ତ ଦାୟିତ୍ୱ ସୁଦାମ ମାର୍ଣ୍ଡିଙ୍କୁ ମିଳିଛି । ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବା ବେଳେ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ପୁଣି ମନ୍ତ୍ରିମଣ୍ଡଳକୁ ଫେରାଇ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ସୂଚନା ଅନୁଯାୟୀ ,ରାଜସ୍ୱ ବିଭାଗର ଦାୟିତ୍ୱରେ ମନ୍ତ୍ରୀ ସୁଦାମ ମାର୍ଣ୍ଡି। ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବା ବେଳେ ପୁଣି ଜଣେ ମନ୍ତ୍ରୀଙ୍କୁ ଟିମରେ ସାମିଲ କରିବା ବଦଳରେ ପୂର୍ବରୁ ଥିବା ମନ୍ତ୍ରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ନବୀନ। ଏହାପୂର୍ବରୁ ପ୍ରମିଳା ମଲ୍ଲିକ ବିଜେଡିର ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ମନ୍ତ୍ରୀପଦରୁ ଇସ୍ତଫା ଦେଇଥିଲେ। ପ୍ରମିଳା ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିବା ପରେ ସୁଦାମ ମାର୍ଣ୍ଡିଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ମିଳିଛି ।୨୦୧୯ରେ କ୍ୟାବିନେଟ୍ ମନ୍ତ୍ରୀ ହୋଇ ରାଜସ୍ୱ ବିଭାଗ ପାଇଥିଲେ ସୁଦାମ। ଗତ ବର୍ଷ ମନ୍ତ୍ରିମଣ୍ଡଳ ଅଦଳବଦଳ ବେଳେ ସେ ବାଦ୍ ପଡ଼ିଥିଲେ। କିନ୍ତୁ ବର୍ଷକ ପରେ ପୁଣି ଥରେ ଦଳର ସୁପ୍ରିମୋ ତାଙ୍କ ଉପରେ ଆସ୍ଥା ସ୍ଥାପନ କରି ମନ୍ତ୍ରିମଣ୍ଡଳକୁ ଫେରାଇ ଆଣିଛନ୍ତି।
ଅଧିକ ପଢନ୍ତୁ: ମନ୍ତ୍ରୀ ପଦରୁ ଇସ୍ତାଫା ଦେଲେ ପ୍ରମିଳା ମଲ୍ଲିକ : ବାଚସ୍ପତି ପଦ ପାଇଁ ଭରିବେ ନାମାଙ୍କନ ପତ୍ର