ଭୁବନେଶ୍ୱର: ଓଡିଶାରେ ଆଜିଠାରୁ ଆୟୋଜିତ ହେବ ଦୁଇ ଦିନିଆ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ୧୯୯୪ ପରେ ଏହା ଓଡିଶାରେ ପ୍ରଥମ ଥର ପାଇଁ ହେବାକୁ ଯାଉଛି । ଏହି ସମ୍ମିଳନୀରେ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଅଧ୍ୟକ୍ଷ, ୫ ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେବେ। ୩୦ ଜଣ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ସଦସ୍ୟ ଏଥିରେ ଯୋଗଦେବେ। ଏହାକୁ ଲୋକସଭାର ବାଚସ୍ପତି ଓମ ବିର୍ଲା ଉଦଘାଟନ କରିବା ସହିତ, ଉକ୍ତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ରମନ୍ତ୍ରୀମାନେ ଯୋଗଦେବେ।
ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା। ଏଥିରେ ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି ଯୋଗ ଦେବେ। ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ନିଜର ମତାମତ ଦେବେ। ଏ ନେଇ ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକରେ ଆଲୋଚନା କରାଯାଇଛି । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ।
ଅଧିକ ପଢନ୍ତୁ: ପାଣ୍ଡିଆନଙ୍କୁ ନେଇ ବିଜେଡିରେ ବଢୁଛି ଅସନ୍ତୋଷ, ଦୁଇ ଫାଳ ହେବ କି ଦଳ !