ଭୁବନେଶ୍ୱର : ଗତ ନିର୍ବାଚନରେ ଶୋଚନୀୟ ପରାଜୟ ପରେ ବିଜୁ ଜନତା ଦଳ ନିଜର ସଂଗଠନ ସଜାଡ଼ିବାରେ ଲାଗିଛି। ଗୋଟିଏ ପଟେ ଦଳରେ ବିବାଦ ଦେଖା ଦେଇଥିବା ବେଳେ ନୂଆ ସଭାପତି ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି।
ଆସନ୍ତାକାଲି ବିଜେଡି ସଭାପତି ପ୍ରାର୍ଥୀ ଭାବେ ନବୀନ ପଟ୍ଟନାୟକ ପୁଣି ଥରେ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାଯାଇଛି। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବେ ବୋଲି ନିଶ୍ଚିତ ରହିଛି ।
ସୂଚନାଥାଉ କି ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ ମଙ୍ଗଳବାର ୧୮ଟି ଜିଲ୍ଲା ପାଇଁ ନୂତନ ସଭାପତିଙ୍କ ନାମ ଘୋଷଣା ହୋଇଛି। ଏହି ତାଲିକାରେ ବରିଷ୍ଠ ତଥା ଅଭିଜ୍ଞ ନେତାଙ୍କୁ ଗୁରୁତ୍ବ ଦିଆଯାଇଛି।
ପୁରୀ ଜିଲା ବିଜେଡି ସଭାପତି ଭାବେ ଉମା ସାମନ୍ତରାୟ ନିର୍ବାଚିତ ହେଇଛନ୍ତି । ସେହିପରି ବରଗଡ଼ ଜିଲା ପାଇଁ ସୁଶାନ୍ତ ମହାପାତ୍ର, ଭଦ୍ରକ ଜିଲା ପାଇଁ ଜଗନ୍ନାଥ ସ୍ବାଇଁ, ବୌଦ୍ଧ ଜିଲା ପାଇଁ ପୂର୍ବତନ ବାଚସ୍ପତି ପ୍ରଦୀପ ଅମାତ ଦେବଗଡ଼ର ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଗଜପତି ପାଇଁ ପ୍ରଦୀପ ନାୟକ, ଜଗତସିଂହପୁର ପାଇଁ ପ୍ରଶାନ୍ତ ମୁଦୁଲି, ଯାଜପୁର ପାଇଁ ସରୋଜ ମହାପାତ୍ର, ଝାରସୁଗୁଡା ପାଇଁ ହରିଶ ଗଣତ୍ରା, କନ୍ଧମାଳ ପାଇଁ ପଦ୍ମନାଭ ବେହେରା ଆଉ ମାଲକାନଗିରିରେ ମାନସ ମାଡକାମୀ ବିଜେଡି ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।