ନୂଆ ଦିଲ୍ଲୀରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ , ଆଳୁ ସମସ୍ୟାର ସମାଧାନ ପାଇଁ ଆଲୋଚନା Khabar Odisha :27/07/2024 Share story: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି। ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ ପଶ୍ଚିମ ବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ। CM MOHAN CHARAN MAJHI Henilprava Swain, Author, 27/07/2024