ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ନିମନ୍ତେ କ୍ୟାବିନେଟ୍ ମନ୍ତ୍ରୀମାନଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ପ୍ରଦାନ କରିଛନ୍ତି। ଆଜି ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଅନୁସାରେ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲ୍ଲାର ଦାୟିତ୍ୱ ଦିଆଯାଇଥିବାବେଳେ, ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାର ରିଲିଫ୍ କାର୍ଯ୍ୟ ତଦାରଖ କରିବେ। ସେହିପରି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କୁ ପୁରୀ ଜିଲ୍ଲା ଏବଂ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଦାୟିତ୍ୱ ପ୍ରଦାନ କରାଯାଇଛି।
ଏହା ବ୍ୟତୀତ ରାଜ୍ୟର ଅନ୍ୟାନ୍ୟ ମନ୍ତ୍ରୀମାନେ ମଧ୍ୟ ନିଜ ନିଜ ପ୍ରଭାରୀ ଜିଲ୍ଲା ଗସ୍ତ କରିବେ ଏବଂ ସେଠାରେ ଚାଲିଥିବା ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟଗୁଡ଼ିକର ସମୀକ୍ଷା କରିବେ ବୋଲି ସୂଚନା ମିଳିଛି।
Also Read: ବନ୍ୟା ମୁକାବିଲା ପାଇଁ ଓଡ଼ିଶାକୁ ୫୦୦ କୋଟି ଟଙ୍କା ମଞ୍ଜୁର; କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବଡ଼ ଘୋଷଣା