ଭୁବନେଶ୍ୱର: ଆଜି ସରିଛି ସିଏଚ୍ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକରେ ୪ ଲକ୍ଷରୁ ଉର୍ଦ୍ଧ୍ବ ପିଲା ପରୀକ୍ଷା ଦେଇଥିବାବେଳେ ୫ ହଜାର ପିଲା ଅନୁପସ୍ଥିତ ଥିଲେ। ଏପ୍ରିଲ ୨ରୁ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ ହେବ। ଖାତା ମୂଲ୍ୟାୟନ ପାଇଁ ୧୫୧ ମୂଲ୍ୟାୟନ କେନ୍ଦ୍ର ସହିତ ୧୬ ହଜାର ଅଧ୍ୟାପକ ନିୟୋଜିତ ହୋଇଛନ୍ତି।
ସିଏଚ୍ଏସ୍ଇ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି ଯେ, ବିଶେଷ କରି ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେବ। ମୋଟ୍ ଆକାରରେ ଚଳିତ ବର୍ଷ ଯୁକ୍ତ ୨ରେ ୨୫ ଲକ୍ଷ ଖାତା ମୂଲ୍ୟାୟନ ହେବ। ଏପ୍ରିଲ୍ ଶେଷ ସୁଦ୍ଧା ଖାତା ଦେଖା ଶେଷ ହେବା ସହିତ ମେ’ ମାସରେ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଲକ୍ଷ୍ୟ ରଖାଯାଇଛି। ଯୁକ୍ତ ଦୁଇ ଖାତା ଉଭୟ ଅଫଲାଇନ ଓ ଅନଲାଇନରେ ଦେଖା ହେବ । ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବ।