ଭୁବନେଶ୍ୱର : ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ଘୋଷଣା କରିଛନ୍ତି। ଦଳ ପକ୍ଷରୁ ରାଜ୍ୟବ୍ୟାପୀ ବନ୍ଦ ପାଳନ ପାଇଁ ଆହ୍ୱାନ ଦିଆଯାଇଛି। MMDR ଆଇନ ସଂଶୋଧନ, ପାଠ୍ୟପୁସ୍ତକରେ ବହିତ୍ରୁଟି ଏବଂ ମୁଖ୍ୟ ନିର୍ବାଚନ କମିସନରଙ୍କ ଇସ୍ତଫା ଦାବିରେ ଓଡ଼ିଶା ବନ୍ଦ ଡାକରା ଦେଇଛି ପ୍ରଦେଶ କଂଗ୍ରେସ ତଥା ଇଣ୍ଡିଆ ବ୍ଲକ୍।
କେନ୍ଦ୍ର ସରକାରଙ୍କ MMDR ଆଇନ ସଂଶୋଧନ, ସ୍କୁଲ ପାଠ୍ୟପୁସ୍ତକରେ ବହିତ୍ରୁଟି ଏବଂ ମୁଖ୍ୟ ନିର୍ବାଚନ କମିସନରଙ୍କ ଇସ୍ତଫା ଦାବିରେ ଏହି ବନ୍ଦ ପାଳନ କରାଯିବ ବୋଲି ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ଏହି ବନ୍ଦ ପାଳନ ସମୟରେ ଜରୁରୀକାଳୀନ ସେବା ବ୍ୟତୀତ ବାକି ସମସ୍ତ ଯାନବାହାନ ଚଳାଚଳ, ଦୋକାନ ବଜାର ଏବଂ ସରକାରୀ-ବେସରକାରୀ କାର୍ଯ୍ୟାଳୟକୁ ବନ୍ଦ ରଖିବାକୁ ‘ଇଣ୍ଡିଆ’ ବ୍ଲକ୍ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯାଉଛି । ବିଜେଡି ପରେ ଏବେ କଂଗ୍ରେସ MMDR ପ୍ରସଙ୍ଗରେ ରାଜରାସ୍ତାକୁ ଓହ୍ଲାଉଥିବାରୁ ଆଗାମୀ ଦିନରେ ରାଜ୍ୟ ରାଜନୀତି ଆହୁରି ସରଗରମ ହେବ ବୋଲି କୁହାଯାଉଛି।