ଭୁବନେଶ୍ୱର: ଆସନ୍ତା ୭ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ୯ ତାରିଖ ଯାଏଁ ପ୍ରବଳ ବର୍ଷା ହୋଇପାରେ। । ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ଯେ " ଆଜି ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ରାୟଗଡ଼ା, କୋରାପୁଟ ଓ ଗଜପତି ଆଦି ସବୁ ଜିଲ୍ଲାରେ ବର୍ଷା ପାଇଁ ୟେଲୋ ୱର୍ଣ୍ଣିଂ ଜାରି କରିଛି ବିଭାଗ।"ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି କିନ୍ତୁ ଅତିପ୍ରବଳ ବର୍ଷା ଆଶଙ୍କା ନାହିଁ।
ତେବେ ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ୬ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ। ୬ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସମେତ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।