ଭୁବନେଶ୍ୱର : ପବିତ୍ର ରଥଯାତ୍ରାରେ ଭିଜିବ ସାରା ଓଡିଶା। ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି। ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ଆଜିଠାରୁ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବର୍ଷା ସମ୍ଭାବନା ନେଇ ଆଲର୍ଟ ଜାରି କରାଯାଇଛି। ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନ ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତା କାଲି ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।