ନୂଆଦିଲ୍ଲୀ: ଆସନ୍ତା ବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହେବ । କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ଦେଶର ୧୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ତାଲିକାରେ ଓଡ଼ିଶାକୁ ମଧ୍ୟ ସ୍ଥାନ ମିଳିଛି । ଜାନୁଆରୀ ୧୯ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଜାରି ହୋଇଛି । ଆସନ୍ତା ଜାନୁୟାରୀ ୨୬ରେ ଜାତୀୟ ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର କଳା ସଂସ୍କୃତିକୁ ନେଇ ପ୍ରସ୍ତୁତ ପ୍ରଜ୍ଞାପନ ମେଢ଼ ଝଲସିବ ।