ଖବର ଓଡିଶା : 26/05/2023
ଜମିଜମା ଇ-ରେଜିଷ୍ଟ୍ରେସନ୍ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ । ଭିଡ଼ ସମସ୍ୟା ଦୂର କରିବା ପାଇଁ ଏଣିକି ଅନ୍ ଲାଇନ୍ ସ୍ଲଟ୍ ବୁକିଂ କରିବାକୁ ହେବ । ମିଳିଥିବା ସମୟ ଅନୁଯାୟୀ ଜମି ପଞ୍ଜିକରଣ କରାଯିବ । ଏନେଇ ଆଇଜିଆର ପକ୍ଷରୁ ଗତକାଲି ଘୋଷଣା କରାଯାଇଛି ।
ଆଇଜିଆରଙ୍କ ଘୋଷଣା ଅନୁସାରେ ଏଣିକି ଜମି କିଣାବିକା ବା ଯେକୌଣସି ସେଲ୍ ଡିଡ୍ ବା ପଞ୍ଜୀକରଣ ପାଇଁ ସବ୍ ରେଜିଷ୍ଟ୍ରାର ଅଫିସରେ ଭିଡ଼ ଲଗାଇବାର ଆବଶ୍ୟକତା ରହିବ ନାହିଁ । ଜମି କିଣାବିକା ପାଇଁ ଅନଲାଇନରେ ଆଗୁଆ ସ୍ଲଟ୍ ବୁକିଂ କରିବାକୁ ପଡ଼ିବ । ସ୍ଲଟରେ ମିଳିଥିବା ସମୟ ଅନୁସାରେ ଜମି ପଞ୍ଜୀକରଣ ହେବ । ଅନଲାଇନରେ ପୂର୍ବରୁ ପଞ୍ଜୀକରଣ କରି ସ୍ଲଟ୍ ନେଇନଥିଲେ ଜମି କିଣାବିକା ପାଇଁ ଅନୁମତି ମିଳିବ ନାହିଁ । ବିଶେଷ କ୍ଷେତ୍ରରେ ଅନଲାଇନ୍ ପଞ୍ଜୀକରଣ କରାଇ ତକ୍ରାଳ ସୁବିଧା ବା ସ୍ଲଟ ଦିଆଯିବାର ବ୍ୟବସ୍ଥା ରହିବ । ଏହା ଦ୍ୱାରା ଜଣେ ବ୍ୟକ୍ତି ବିଶ୍ୱର ଯେକୌଣସି ସ୍ଥାନରେ ଥିଲେ ମଧ୍ୟ ତାର ଜମି କିଣାବିକା ପଞ୍ଜୀକରଣ ପାଇଁ ଅନଲାଇନରେ ଆବେଦନ କରିପାରିବେ ।