ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ଆଶଙ୍କା, ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି
Khabar Odisha:Orange-and-yellow-warning-has-been-issued-by-the-Meteorological-Center-in-various-districts-of-the-state-with-the-threat-of-thunder-and-lightning
ଭୁବନେଶ୍ୱର, ଅଗଷ୍ଟ ୧୦(ଖବର ଓଡିଶା):

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହେବାର ଆଶଙ୍କା ରହିଛି । ତେବେ ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 

ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା ଓ ନୟାଗଡ ଆଦି ଜିଲ୍ଲାରେ ଆସନ୍ତା ୩ ଘଣ୍ଟା ମଧ୍ୟରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଉକ୍ତ ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । 

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ସହ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ସେହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

  • Tags:

Subscribe

National International State Sports Entertainment