କୋରାପୁଟ ସଦର ଥାନା ଅନ୍ତର୍ଗତ ପୋଟାଗଡ ଜାତୀୟ ରାଜପଥ ୩୨୬ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ବସ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଥିବା ଜଣାପଡିଛି । ସୂଚନା ଅନୁସାରେ ମଙ୍ଗଳବାର ବିଳମ୍ବିତ ରାତିରେ ପୋଡାଗଡ ନିକଟରେ ଏକ ବସ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇଛି । ଏବଂ ପରେ ଓଲଟି ପଡିଛି । ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ଆଗତ ହୋଇଛନ୍ତି । ଏବଂ ଗୁରୁତର ମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତି କରାଯାଇଛି । ତେବେ ଖବର ପାଇ ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିବା ବେଳେ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲରୁ ୭ଟି ଆମ୍ବୁଲାନ୍ସ ଘଟଣା ସ୍ଥଳରେ ପହଂଚି ଯାତ୍ରୀ ଙ୍କୁ ଉଦ୍ଧାର କରିଥିଲେ । ତେବେ ବସଟି ମାଲକାନଗିରିରୁ ବ୍ରହ୍ମପୁର ଆସୁଥିବା ବେଳେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି । ଏବଂ ଡ୍ରାଇଭର ଜଣଙ୍କ ମଦ୍ୟପାନ କରିବା ଦ୍ୱାରା ଏପରି ଅଘଟଣ ହୋଇଥିବା ଯାତ୍ରୀମାନେ ଅଭିଯୋଗ କରିଛନ୍ତି ।