ଭୁବନେଶ୍ୱର: ପୁଣି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆସନ୍ତା ଜାନୁଆରୀ ୨୮ ତାରିଖରେ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ । ସକାଳ ୧୦ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ଜନତା ମୈଦାନରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଯୋଗଦେବେ । ସେଠାରେ ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହିବେ ।
ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀମାନଙ୍କୁ ଉଦ୍ବୋଧନ ଦେବେ । ଏହାପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ପୁଣି ବିମାନବନ୍ଦର ଅଭିମୁଖେ ବାହାରିବେ ।
ସୂଚନା ଅନୁଯାୟୀ ଆସନ୍ତା ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଔଦ୍ୟୋଗିକ ପ୍ରଦର୍ଶନୀ ଅନୁଷ୍ଠିତ ହେବ । ଭୁବନେଶ୍ବରରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୫ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।