ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଗୁରୁତର ଅସୁସ୍ଥ। ଆଜି ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। କିଛିଦିନ ହେଲା ସେ ବାର୍ଦ୍ଧକ୍ୟ ଯନ୍ତ୍ରଣାରେ ପିଡ଼ୀତ ଥିଲେ । ଯେଉଁଥି ପାଇଁ ସେ ପ୍ରତ୍ୟେକ ଦିନ ମେଡିସିନ ବ୍ୟବହାର କରୁଥିଲେ। ଗତକାଲି ରାତିରେ ହଠାତ ତାଙ୍କ ଦେହ ହାତ ବିନ୍ଧିବା ସହ ଅତ୍ୟଧିକ ଦୁର୍ବଳ ହୋଇ ପଡ଼ିଥିଲେ। ଖରା ଏବଂ ଗରମ ଯୋଗୁଁ ଏପରି ହେଉଥାଇପାରେ ବୋଲି ଡାକ୍ତରଙ୍କ ପରାମର୍ଶକ୍ରମେ ପରିବାର ଲୋକ ଓଦା କପଡାରେ ତାଙ୍କ ଶରୀରକୁ ପୋଛିଥିଲେ। କିନ୍ତୁ ତାପରେ ମଧ୍ୟ ସେ ଏତେ ଦୁର୍ବଳ ହୋଇ ପଡିଲେ ଯେ ବିଛଣାରୁ ଉଠି ପାରିନଥିଲେ। ସକାଳୁ ମଧ୍ୟ ଅତ୍ୟଧିକ ଦୁର୍ବଳ ହେବାରୁ ଘର ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।
ନିଜର ଅକ୍ଲାନ୍ତ ପରିଶ୍ରମ ଓ ଚେ଼ଷ୍ଟା ଦ୍ଵାରା କଣ୍ଢେଇ ନୃତ୍ୟକୁ ବିଶ୍ଵ ଦରବାରରେ ପରିଚିତ କରିଥିବାରୁ ତାଙ୍କୁ କେନ୍ଦ୍ର ସରକାର ଗତବର୍ଷ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଥିଲେ।