କଟକ: ଧବଳେଶ୍ବରଙ୍କ ପୀଠରେ ଆଜିଠୁ ପଞ୍ଚୁକ। ଏଥିପାଇଁ ସକାଳୁ ସକାଳୁ ପ୍ରବଳ ଭକ୍ତଙ୍କ ଭିଡ ପରିଲକ୍ଷିତ ହେଉଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ଆଗୁଆ ବ୍ୟାପକ ପ୍ରସ୍ତୁତି ହୋଇଛି। ପଞ୍ଚକର ପ୍ରଥମ ଦିନରେ ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା। ଏଥିସହ ପଞ୍ଚକ ଓ ବଡ଼ଓଷା ପାଇଁ ୩ଟି ସ୍ଥାନରେ ହେବ ପାର୍କିଂ ବ୍ୟବସ୍ଥା ଓ ୧୪ଟି ସ୍ଥାନରେ ଟ୍ରାଫିକ୍ ପୋଷ୍ଟ ହେବ। ୩୨ଟି ସ୍ଥାନରେ ସିସିଟିଭି ଲଗାଯିବ।
ଏନେଇ କଟକ ଗ୍ରାମାଞ୍ଚଳ ଏସ୍ପି ସୂଚନା ଦେଇଛନ୍ତି ଆଉ କହିଛନ୍ତି, ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ପକ୍ଷରୁ ଏବେ ମକଡ୍ରିଲ୍ ହୋଇଛି। ଧବଳେଶ୍ବର ପୀଠକୁ ଆସୁଥିବା ଦୁଇ ଚକିଆ ଗାଡ଼ି ନୂଆପାଟଣା ଛକରୁ ପାଇକରାପୁର ଷ୍ଟାଣ୍ଡକୁ ଯିବ। ୪ ଚକିଆ ଗାଡ଼ି ବିଦ୍ୟାଧରପୁର ଓ ଧବଳେଶ୍ୱର ଫାଣ୍ଡି ପଡ଼ିଆରେ ପାର୍କିଂ କରାଯିବ। ସେହିପରି NH ୫୫ ଦେଇ ବାଳି ଛକରୁ ସୁନିଆମୁହଁ ରାସ୍ତାରେ ୪ ଚକିଆ ଗାଡ଼ି ଆସିବା ନେଇ କୁହାଯାଇଛି।