ଗଞ୍ଜାମ : ମର୍ମନ୍ତୁଦ ସଡକ ଦୁର୍ଘଟଣା। ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଫଳରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି।
ସୂଚନା ଅନୁଯାୟୀ, ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ୧୬ ନମ୍ବର ଜାତୀୟ ରାଜପତ ଲଙ୍ଗଳେଶ୍ୱର ନିକଟରେ ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଭୁବନେଶ୍ଵରରୁ ଆସିକା ଯାଉଥିବା ବେଳେ ଟ୍ରକ ସହ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ବସ ଛାଡ଼ି ଡ୍ରାଇଭର, କଣ୍ଡକ୍ଟର ଓ ହେଲ୍ପର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ତେବେ ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି l ସାମାନ୍ୟ ଆହତ ହୋଇଥିବା ଯାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅନ୍ୟ ଏକ ବସ ଯୋଗେ ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି l