ସୁନ୍ଦରଗଡ : ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ। ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ଥାନା ସୀମା ଅନ୍ତର୍ଗତ ଡୁଲିଙ୍ଗା କୋଇଲା ଖଣିକୁ ବସ୍ ଟି ଶ୍ରମିକମାନଙ୍କୁ ନେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ତେବେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରୀ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।
ସୂଚନା ଅନୁସାରେ, ସୋମବାର ସକାଳେ ବସ୍ ଟି ଶ୍ରମିକମାନଙ୍କୁ ନେଇ ଡୁଲିଙ୍ଗା କୋଇଲା ଖଣିକୁ ଯାଉଥିଲା। ଏହି ସମୟରେ ହଠାତ ବସଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଜଣେ ଶ୍ରମୀକଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଥିଲେ। ଏହାପରେ ଆହତ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇ ଝାରସୁଗୁଡ଼ା ଡାକ୍ତରଖାନାକୁ ପଠାଯାଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଥିବା ବେଳେ ମୃତ ବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।