ପିପିଲି, ଅଗଷ୍ଟ ୧୨(ଖବର ଓଡିଶା):
ପୁରୀ ରୋଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଥିବା ଜଣାପଡିଛି ।
ସୂଚନା ଅନୁସାରେ, ଭୁବନେଶ୍ୱର-ପୁରୀ ରାସ୍ତାର ପିପିଲି ନିକଟସ୍ଥ ଟୋଲ ପ୍ଲାଜା ନିକଟରେ ଯାତ୍ରୀବାହୀ ବସଟି ଅଲଟି ପଡିଥିଲା । ବସଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଢିଥିବା ଜଣାପଡିଛି ।
ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ହେଲେ ମୃତକଙ୍କ ପରିଚୟ ଏଯାଏଁ ମିଳିପାରିନାହିଁ । ସେପଟେ ପିପିଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।