ଭୁବନେଶ୍ୱର: ନୂଆବର୍ଷ ପାଳନ ପାଇଁ ଜିରୋ ନାଇଟ୍ ସେଲିବ୍ରେସନ ଉପରେ ନଜର । ପୋଲିସ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ନୂଆ ଗାଇଡ ଲାଇନ ଅନୁଯାୟୀ, ବାର୍ ଓ ହୋଟେଲ ଗୁଡ଼ିକ ରାତି ୧୨ ଟା ୩୦ ଯାଏ ଖୋଲା ରହିବ । ରାତି ୧୨ଟା ୩୦ ପରେ ଜିରୋ ନାଇଟ୍ ସେଲିବ୍ରେସନ ବନ୍ଦ ରହିବ। ହୋଟେଲ ଓ ବାର୍ ଗୁଡ଼ିକରେ କିପରି ନୂଆ ବର୍ଷ ପାଳନ କରିବେ ସେନେଇ ବସିଥିଲା ବୈଠକ । ଗ୍ରାହକ ଯେପରି ଅଧିକ ମଦ୍ୟପାନ ନକରନ୍ତି ସେଥିପ୍ରତି ବାର୍ ଓ ହୋଟେଲ କର୍ତୃପକ୍ଷ ଧ୍ୟାନ ଦେବେ ବୋଲି ଗାଇଡଲାଇନରେ ନିର୍ଦ୍ଦେଶ ରହିଛି ।
ସୁରକ୍ଷା ପାଇଁ ରାଜଧାନୀରେ ମୁତୟନ ହେବେ ୧୮ ପ୍ଲାଟୁନ ଫୋର୍ସ । ଭୁବନେଶ୍ୱରର ୧୮ଟି ସ୍ଥାନରେ ବ୍ଲକିଂ, ଚେକିଂ କଡାକଡି ହେବ। ସୁରକ୍ଷା ତଦାରଖ କରିବେ ୨୯ଟି ୱାଚ ପାଟ୍ରୋଲିଂ ଟିମ୍ । ୪ଟି କ୍ୟୁଆରଟି ଟିମ୍ ବିଭିନ୍ନ ସ୍ଥାନରେ ପଇଁତରା ମାରିବେ । ଏହାସହ ୫ଟି ଟୁରିଷ୍ଟ ଲୋକେସନରେ ପୋଲିସ ପ୍ରହରା ଦେବ । ୩୧ ତାରିଖ ଅପରାହ୍ନରୁ ସମ୍ବେଦନଶୀଳ ଜାଗାରେ ପୋଲିସ ପଇଁତରା ମାରିବ । ମଦ ପିଇ ହଙ୍ଗାମା କଲେ ପୋଲିସ ସାବାଡ କରିବ ବୋଲି କହିଛନ୍ତି ପୋଲିସ କମିଶନର ଏସ୍.ଦେବଦତ୍ତ ସିଂ ।
ଅଧିକ ପଢନ୍ତୁ : ବୁଡ଼ା ଜାହାଜରେ ବସି ପାଣି ଭିତରେ ବୁଲିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ