ସୃଷ୍ଟି ହେଲା ଅବପାତ, ପ୍ରଭାବରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଭୁବନେଶ୍ୱର, ଅଗଷ୍ଟ ୯(ଖବର ଓଡିଶା): Share story: ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଭୁବନେଶ୍ୱରଠାରୁ ଉତ୍ତର ଉତ୍ତରପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ଅବପାତ ରହିଛି । ଅବପାତ ପ୍ରଭାବରେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଫଳରେ ସାରା ରାଜ୍ୟରେ ଗତ କିଛି ଦିନ ହେଲା ଲଗାଣ ବର୍ଷା ଲାଗି ରହିଛି । ଗତ ୧୦ ତାରିଖ ଯାଏଁ ରାଜ୍ୟରେ ବର୍ଷାରୁ ନାହିଁ ନିସ୍ତାର । ତେବେ ଆଜି ରାଜ୍ୟର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ବରଗଡ, ଅନୁଗୁଳ, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଫଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ କିଛି ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ମଧ୍ୟ ଆଶଙ୍କା କରାଯାଉଛି । ଖବର ଓଡ଼ିଶା, Reporter, 09/08/2022