ଭୁବନେଶ୍ୱର : ଆସନ୍ତା ୨୪ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଗସ୍ତ ଆସିବା ପରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ। ନୟାଗଡ଼ କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରି ସେଠାରେ ପୂଜାର୍ଚ୍ଚନା କରିବା ରାଷ୍ଟ୍ରପତି । ଏପରିକି ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଓ ଏସପି।