ଭୁବନେଶ୍ୱର : ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନତା ମଇଦାନରେ ଆୟୋଜିତ ହୋଇଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୋଦୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଶୁଭାରମ୍ଭ ପରେ ତୁରନ୍ତ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯାଇଛି । ଯାହାକୁ ନେଇ ସାଧାରଣ ମହିଳା ବେଶ ଖୁସି ଥିବା ଜଣାପଡିଛି । ସୁଭଦ୍ରା ସହ ଅନ୍ୟାନ୍ୟ ଜନମଙ୍ଗଳକାରୀ ଯୋଜନାର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୋଦୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ ଓ ଅନ୍ୟାନ୍ୟ ମନ୍ତ୍ରୀମଣ୍ଡଳ ଉପସ୍ଥିତି ଥିଲେ । ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନ ଅବସରରେ ମହିଳାଙ୍କୁ ବଡ଼ ଭେଟି ଦେଛନ୍ତି ।