ଭୁବନେଶ୍ୱର: ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା। ତେବେ ଏହି ଫଳରେ ଅସହ୍ୟ ତାତି ଓ ଗୁଳୁଗୁଳିରୁ ସାଧାରଣ ଲୋକଙ୍କୁ ଆଶ୍ବସ୍ତି ମିଳିବ। ଆଜି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି , ବିଜୁଳି ମାରିବାର ସମ୍ଭାବନା ମଧ୍ୟ ରହିଛି। ତେବେ ଆଜି ଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ।
ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ହେବ। ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ରହିଛି। ତେଣୁ ଆଜି ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ପାଗ କୋହଲା ରହିବା ଫଳରେ ଚାଷ କାର୍ଯ୍ୟ ପାଇଁ ମଧ୍ୟ ଆଜି ପାଗ ସ୍ୱାଭାବିକ ଅଛି। ଚଳିତ ବର୍ଷ ସ୍ୱାଭାବିକଠୁ ଅଧିକ ବର୍ଷ ହୋଇପାରେ ବୋଲି ସୂଚନା ମିଳିଛି।