ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୨ଦିନ ଯାଏ ବର୍ଷା। ଆଗାମୀ ୨୪ ଘଣ୍ଟାରେ ୭ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ସେହିପରି ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବୋହିବ। ତେବେ ଆଜି ପାଣିପାଗ କେନ୍ଦ୍ର ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର , ଝାରସୁଗୁଡ଼ା, ଢେଙ୍କାନାଳ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଏହାସହିତ ୨ଜିଲ୍ଲା ଗଜପତି ଓ ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଗାମୀ ୪ରୁ ୫ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିନ୍ତୁ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଥିବାରୁ ପାରଦ କମିବା ସହ ଥଣ୍ଡା ପରିମାଣ ବଢିବ।