ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ବଢୁଛି ଲଘୁଚାପ ବର୍ଷା। ଏଥିପାଇଁ ହନ୍ତସନ୍ତ ହେଲେଣି ରାଜ୍ୟବାସୀ। କାରଣ ଏହି ଲଗାଣ ବର୍ଷା ପାଇଁ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜୁଛି। ଫଳରେ ଚାଷଜମିରେ ଏବଂ ପ୍ରତ୍ୟକଟି ତଳି ଅଞ୍ଚଳରେ ପାଣି ପସିଯାଉଛି। ତେବେ ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟାକା ଓ ଏହାର ପାର୍ଶ୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ର ରହିଛି। ତେଣୁ ଆଜି ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ଅତିପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ଏପରିକି ଆଜି ବର୍ଷା ସହିତ ଘଡଘଡି ଏବଂ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ତେଣୁ ଆଜି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି କାଲି ବିଜୁଳି, ଘଡଘଡି ସହ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ୧୦ ତାରିଖରୁ ବର୍ଷା କମିବ ଓ ୧୨ ତାରିଖରୁ ବଢିବ ବର୍ଷା ବଢିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ବଢୁଥିବା ବର୍ଷାକୁ ଦେଖି ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର କୁଳକୁ ଯିବାକୁ ବାରଣ କରିଛି ପାଣିପାଗ କେନ୍ଦ୍ର।