ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷିଵ। ଦକ୍ଷିଣ ଓଡିଶା ଓ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଏବେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ପୁଣି ଭିଜିବ ଓଡିଶା। ତେବେ ଆଜି ମଧ୍ୟ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବ ଆଜି ଏବଂ ଆସନ୍ତାକାଲି ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ମାଲକାନଗିରି ଏବଂ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ଅଛି।
ଏପରିକି ଆସନ୍ତାକାଲି ମଧ୍ୟ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କାଲି ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ସେପ୍ଟେମ୍ବର ୧୪ ତାରିଖ ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର। ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି। ଏହାସହିତ ମତ୍ସ୍ୟଜୀବୀ ମାନଙ୍କୁ ସମ୍ପୁଦ୍ରକୁ ଯିବାକୁ ବାରଣ କରାଯାଇଛି।