ଭୁବନେଶ୍ୱର : ଆଜି ରାଜ୍ୟର କିଛି ଜିଲ୍ଲାରେ ଜାରି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା। ତେଣୁ ଆଜି ୮ ଟି ଜିଲ୍ଲାକୁ ୟେଲୋ ୱାରଙ୍ଗି ଜାରି କରାଯାଇଛି। ଏପରିକି ଆସନ୍ତା ୨୪ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ଉପକୂଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ତେଣୁ ଏହିଦିନରେ ପ୍ରାୟ ସବୁ ଜିଲ୍ଲାରେ ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ତେବେ ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ବର୍ଷାର ପରିମାଣ ପ୍ରତ୍ୟେକ ଦିନ ବଢୁଥିବା ହେତୁ ମତ୍ସ୍ୟଯିବି ମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ତେବେ ପ୍ରଶାସନର ଏହି ନିର୍ଦ୍ଦେଶନାମା ଯେଉଁମାନେ ଅବଲମ୍ବନ କରିବେ ସେମାନଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଘୋଷଣା କରାଯାଇଛି।