ପୁଣି ବଢ଼ିବ ବର୍ଷାର ପରିମାଣ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଏବଂ ବାକି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପବନ ବହିବ । ଆସନ୍ତାକାଲି ମଧ୍ୟ ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।
କାଲି ପାଇଁ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାକି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୬ ଏବଂ ୭ ତାରିଖରେ ପୂରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।