ଭୁବନେଶ୍ୱର : ଏଥର ଭିଜିବ ଗଣେଶ ପୂଜା। ଉତ୍ତରପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ। ଫଳରେ ବିଭିନ୍ନ ଜିଲ୍ଲାରେ ଲଘୁଚାପ ଜନିତ ବର୍ଷ ଜାରି ରହିଛି। ତେବେ ଆଜି ମଧ୍ୟରେ ରାଜ୍ୟରେ ଜାରି ରହିବ ବର୍ଷା। ଏପରିକି ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ଲଘୁଚାପ ଯୋଗୁଁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।
ତେବେ ସେହିପରି ଆସନ୍ତା ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ୩୦ରୁ ୪୦ ବେଗରେ ପବନ ବୋହିବାର ମଧ୍ୟ ସମ୍ଭାବନା ରହିଛି। ତେବେ ଗଣେଶ ପୂଜାରେ ମଧ୍ୟ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେବେ ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।