ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏବେ ସକ୍ରିୟ ରହିଛି ଲଘୁଚାପ । ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।
ଯାହାର ପ୍ରଭାବରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଗାମୀ ୨ ଦିନ ଯାଏ ଓଡ଼ିଶା ଓ ଛତିଶଗଡ଼ ଦେଇ ଏହା ଅତିକ୍ରମ କରିବ ବୋଲି ସମ୍ଭାବନା ରହିଛି। ଲଘୁଚାପ ସକ୍ରିୟ ଥିବାରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆସନ୍ତା ୩ ଘଣ୍ଟା ପାଇଁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଟକ, ଖୋର୍ଦ୍ଧା, ଢେଙ୍କାନାଳ,ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ।ଏହା ସହ ଭୁବନେଶ୍ୱର ଓ କଟକ ଜିଲ୍ଲାକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଗକୁ ପଢନ୍ତୁ :- ଆଗାମୀ ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା :୫ ଜିଲ୍ଲା କୁ ରେଡ୍ ୱାର୍ଣ୍ଣିଂ