ପୁରୀ : ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି। ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି ସମେତ ଅନ୍ୟାନ୍ୟ ସ୍ୱତନ୍ତ୍ର ରୀତିନୀତି ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ମରାମତି କାମକୁ ବନ୍ଦ କରାଯାଇଛି। ଆସନ୍ତା ୧୬ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି କାମ ଆରମ୍ଭ କରାଯିବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି । ଗତ ଡ଼ିସେମ୍ବର ୧୭ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସ୍ଆଇ ଟିମ୍ଙ୍କ ତତ୍ତ୍ୱାବଧାନରେ ଆରମ୍ଭ ହୋଇଥିଲା। ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ସହିତ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖାଯାଇ ରତ୍ନଭଣ୍ଡାର ମରାମତି କାମକୁ ସ୍ଥଗିତ ରଖାଯାଇଥାଏ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି ।