ଭୁବନେଶ୍ୱର : ସ୍ଥଳଭାଗ ଛୁଇଁ ବାତ୍ୟା ଦାନା କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ତେବେ ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣି ଜାରି ହୋଇଛି । ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ନିର୍ଦ୍ଦେଶ ଜାରି କରିଛି । ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ଏବେ ବି ବର୍ଷା ଜାରି ରହିଛି। ତେବେ ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ।
ଅନ୍ୟପଟେ ବାତ୍ୟା ଜନିତ ଏବଂ ତା’ପରବର୍ତ୍ତୀ ବର୍ଷାରେ ୧୬ ଜିଲ୍ଲାକୁ ଏବେ ବନ୍ୟା ଆଶଙ୍କା ଦେଖାଦେଇଛି । ଏସବୁ ଜିଲ୍ଲା ଗୁଡ଼ିକ ହେଉଛି, ଅନୁଗୁଳ, ବାଲେଶ୍ବର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଂଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏହି ସବୁ ଜିଲ୍ଲା ରେ ମଧ୍ୟ ବର୍ଷା ହେବ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି।