ଟ୍ରକ୍ ଧକ୍କାରେ ୩ ବସ୍ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର। ଅନୁଗୁଳ ଜିଲ୍ଲା କିଶୋରନଗର ବରଗାପାଲିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶୌଚ ହେବା ପାଇଁ ରାସ୍ତାପାର ହୋଇ ଯାଉଥିବା ବେଳେ ଏକ ଟ୍ରକ୍ ଦ୍ରୁତ ଗତିରେ ଆସି କେତେକ ଯାତ୍ରୀଙ୍କୁ ଧକ୍କା ଦେଇଥିଲା। ଯାହାଫଳରେ ଘଟଣାସ୍ଥଳରେ ୩ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି। ଟ୍ରକଟି ଯାତ୍ରୀମାନଙ୍କୁ ଧକ୍କା ଦେବା ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ଘଟଣାସ୍ଥଳରେ ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି ।
ସୂଚନା ଅନୁଯାୟୀ, ଅନୁଗୁଳ ଜିଲ୍ଲା କିଶୋରନଗର ବରଗାପାଲିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏକ ଘରୋଇ ବସ୍ ଝାରସୁଗୁଡ଼ାରୁ ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱର ଆସୁଥିଲା। ରେଢ଼ାଖୋଲ ଓ କିଶୋର ନଗର ମଝିରେ ଥିବା ବରଗାପାଲିରେ ନିକଟରେ ବସର ଚକା ପଙ୍କଚର ହୋଇଯାଇଥିଲା। ଏହାପରେ ଗାଡ଼ିର ମରାମତି କାମ ଚାଲିଥିଲା ଏବଂ ସେହି ସମୟରେ କିଛି ଯାତ୍ରୀ ଶୌଚ ହେବା ପାଇଁ ରାସ୍ତାପାର ହୋଇ ଯାଉଥିବା ବେଳେ ଏକ ଟ୍ରକ୍ ଦ୍ରୁତ ଗତିରେ ଆସି କେତେକ ଯାତ୍ରୀଙ୍କୁ ଧକ୍କା ଦେଇଥିଲା। ଯାହାଫଳରେ ଘଟଣାସ୍ଥଳରେ ୩ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଟ୍ରକଟି ଯାତ୍ରୀମାନଙ୍କୁ ଧକ୍କା ଦେବା ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ପୋଲିସ ଘଟଣାସ୍ଥଳରେ ପହଁଚି ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭରକୁ ଖୋଜାଖୋଜି କରିବା ସହିତ ଘଟଣାର ଅଧିକ ତଦନ୍ତ କରୁଛି ।
ଅଧିକ ପଢନ୍ତୁ ;ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ