ରାଉରକେଲା: ରାଉରକେଲା ଇସ୍ପାତ କାରଖାନାର ସଂପ୍ରସାରଣ ହେବ । ଆସନ୍ତା ୨ ରୁ ୩ ବର୍ଷ ମଧ୍ୟର ଷ୍ଟିଲ୍ ପ୍ଲାଣ୍ଟର ସଂପ୍ରସାରଣ କରି ବାର୍ଷିଷ ଉତ୍ପାଦନ କ୍ଷମତାକୁ ୯. ୪ ମିଲିଆନ ଟନକୁ ବୃଦ୍ଧି କରାଯିବ। ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରାଯିବ। ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସିଥିବା କେନ୍ଦ୍ର ଇସ୍ପାତ ଓ ଭାରୀ ଉଦ୍ୟୋଗ ମନ୍ତ୍ରୀ ଏଚ୍.ଡି କୁମାରସ୍ୱାମୀ ସୂଚନା ଦେଇଛନ୍ତି ।
ଦୁଇ ଦିନିଆ ଗସ୍ତରେ ଆସିଥିବା କେନ୍ଦ୍ରମନ୍ତ୍ରୀ ଏଚ ଡି କୁମାରସ୍ୱାମୀଙ୍କ ଗସ୍ତ ଶେଷ ହୋଇଛି । ଆଜି ସାମ୍ବାଦିକ ସମ୍ମିଳନୀରେ ରାଉରକେଲା ଇସ୍ପାତ କାରଖାନା ସଂପ୍ରସାରଣ ନେଇ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଆରଏସପିର ସମ୍ପ୍ରସାରଣ ପାଇଁ ଆମେ ବଦ୍ଧ ପରିକର । ବିଗତ ଦିନମାନଙ୍କରେ ଏକାଧିକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇସାରିଛି । କାରଖାନାର ବାର୍ଷିକ ଉତ୍ପାଦନ କ୍ଷମତା ୯. ୪ ମିଲିଆନ ଟନକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୨୬ ସୁଦ୍ଧା ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହେବ । ଆଖପାଖ ଅଞ୍ଚଳର ପ୍ରାୟ ୩ ଶହ ପରିବାରକୁ ଉଚ୍ଛେଦ କରାଯିବ ସହିତ ସରକାରଙ୍କ ପକ୍ଷରୁ ଥଇଥାନ କରାଯିବ । ଆଗାମୀ ୨ ରୁ ୩ ବର୍ଷ ଭିତରେ ସମ୍ପ୍ରସାରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।
ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ, ରଘୁନାଥପାଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ, ସେଲ ଅଧ୍ୟକ୍ଷ ଅମରେନ୍ଦୁ ପ୍ରକାଶ, ଆରଏସପି ଭାରପ୍ରାପ୍ତ ନିର୍ଦ୍ଦେଶକ ଆଲୋକ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ।