ପୁରୀ : ଆସନ୍ତାକାଲି ପୁରୀ ବେଳାଭୂମିରେ ଭାରତୀୟ ନୌସେନା ପାଳନ କରିବ ନୌସେନା ଦିବସ। ଏନେଇ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ନୌସେନା ଦିବସ ଓ ରାଷ୍ଟ୍ରପତିଙ୍କ ଗସ୍ତ ଥିବାରୁ କାଲି ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପୁରୀ ପୌରପାଳିକାରେ ଆସନ୍ତାକାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ପୁରୀ ଜିଲାପାଳ ସିର୍ଦ୍ଧାଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ ସରକାରୀ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ୍ ବନ୍ଦ ରହିବ।ଏଥିସହ ନିକଟବର୍ତ୍ତୀ ମଦର୍ସ ପବ୍ଲିକ, ପ୍ରଭୁଶ୍ରୀ ଇଂଲିଶ ମିଡିୟମ ,ଚନ୍ଦ୍ରଶେଖର ଏକାଡେମୀ, ସେଣ୍ଟ ଜାଭିୟର ସ୍କୁଲ ମଧ୍ୟ ବନ୍ଦ ରହିବ।ତେବେ NCERT ଦ୍ବାରା ପରିଚାଳିତ PARAKH ପରୀକ୍ଷା ହେବ। ପୁରୀ ପୌରପାଳିକା ଅନ୍ତର୍ଗତ କେନ୍ଦ୍ର ଓ ପ୍ରଭୁଶ୍ରୀ ଇଂଲିଶ ମିଡିୟମ ସ୍କୁଲରେ ଏହା ହେବ।
ନୌସେନା ଦିବସରେ ୧୫ଟି ଜାହାଜ, ୪୦ ଏୟାରକ୍ରାଫ୍ଟ ସାମିଲ ହେବେ । ଏୟାରକ୍ରାଫ୍ଟ କ୍ୟାରିୟର ଅନ୍ୟତ୍ର ମୁତୟନ ଥିବାରୁ ଏଥିରେ ସାମିଲ ହୋଇପାରିବନି। ଯେଉଁଠି ଜନଗହଳି ହେବ, ସେଠି ଏଲଇଡି ବ୍ୟବସ୍ଥା କରାଯିବ। ସମୁଦ୍ରରେ ଜାହାଜ ସବୁ ଥିବାରୁ କେହି ପାଣିକୁ ନ ଯିବା ପାଇଁ ପରାମର୍ଶ ଦେଇଛନ୍ତି ଜିଲାପାଳ। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଅତିଥି ଭାବେ ଯୋଗଦେବା ସହ ଗଜପତି ମହାରାଜାଙ୍କୁ ଆସିବା ପାଇଁ ମଧ୍ୟ ନିମନ୍ତ୍ରଣ କରାଯାଇଛି।