ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ଆଶଙ୍କା ଯୋଗୁଁ ଓଡ଼ିଶାର ୫ଟି ଜିଲ୍ଲାରେ ଆସନ୍ତା ଅକ୍ଟୋବର ୨୮ ଓ ୨୯ ତାରିଖରେ ସମସ୍ତ ସ୍କୁଲ୍, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି।
ସାମ୍ଭାବ୍ୟବାତ୍ୟା ଯୋଗୁଁ ବିଶେଷ ଭାବେ ପ୍ରଭାବିତ ହେବାକୁ ଥିବା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିଜିଲ୍ଲା ର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହିବ। ବାକି ଜିଲ୍ଲାଗୁଡ଼ିକରେ ପରିସ୍ଥିତି ଏବଂ ପାଣିପାଗକୁ ଦେଖି ସ୍କୁଲ-କଲେଜ ଛୁଟି କରିବା ନେଇ ସମ୍ପୃକ୍ତ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବେ। ବାତ୍ୟାଟି ଅକ୍ଟୋବର ୨୮ ତାରିଖରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସହ ୮୦ ରୁ ୯୦ କିଲୋମିଟର ବେଗରେ ପବନ ବହିପାରେ।
ଜନସାଧାରଣଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ପକ୍ଷରୁ ୬୦ଟି ଓଡ୍ରାଫ୍ (ODRAF) ଟିମ୍, ୧୭ଟି ଏନଡିଆରଏଫ୍ (NDRF) ଟିମ୍ ଏବଂ ୨୨୫ଟି ଅଗ୍ନିଶମ ବାହିନୀକୁ ସଜାଗ ରହିଛନ୍ତି ।